ନୂଆଦିଲ୍ଲୀ: ଆରମ୍ଭ ହୋଇଛି ନୀତି ଆୟୋଗ ବୈଠକ । ଏହି ବୈଠକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ହୋଇଛନ୍ତି ସାମିଲ । ୨୦୪୭ ରୋଡ୍ମ୍ୟାପ୍ ନେଇ ବୈଠକରେ ଆଲୋଚନା ହେବ । ଏହାର ଲକ୍ଷ୍ୟ ହେଉଛି ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା । ଚଳିତ ଥର ନୀତି ଆୟୋଗ ବୈଠକରେ ବିଷୟବସ୍ତୁ ରହିଛି -୨୦୨୪ ମସିହାରେ ବିକଶିତ ରାଜ୍ୟମାନଙ୍କ ପାଇଁ ବିକଶିତ ଭାରତ । ଏହି ବୈଠକରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଅନ୍ୟ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଅନୁପସ୍ଥିତ ରହିଥିବା ସୂଚନା ମିଳିଛି ।