ଆଜିଠୁ ଛାତ୍ର ସଂସଦ ନିର୍ବାଚନ ପାଇଁ ନାମାଙ୍କନ

ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆଜି (ଅକ୍ଟୋବର ୯) ଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଉଚ୍ଚଶିକ୍ଷା ବିଭାଗର ସୂଚନା ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟ ଏବଂ ୩୨୮ଟି ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେବା ସହ ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ନିର୍ବାଚନୀ ଚଳଚଞ୍ଚଳତା ବଢ଼ିବା ଆଶା କରାଯାଉଛି।