‘ଦମନ’କୁ ମିଳିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ୱର : ୭୦ ତମ ନ୍ୟାସନାଲ ଫିଲ୍ମ୍ ଆୱାର୍ଡ ଘୋଷଣା କରାଯାଇଛି । ପୁରସ୍କାର ପାଇବାକୁ ଥିବା ସିନେମା ତାଲିକାରେ ଓଡିଆ ସିନେମା ଦମନ ସ୍ଥାନ ପାଇଛି । ବେଷ୍ଟ ଓଡିଆ ଫିଚର ଫିଲ୍ମ ଭାବେ ଦମନ ସିନେମାକୁ ମନୋନୀତ କରାଯାଇଛି । ପୂର୍ବରୁ ମଧ୍ୟ ପ୍ରତୀକ୍ଷା ସିନେମାକୁ ଜାତୀୟ ସିନେ ପୁରସ୍କାର ମିଳିଥିଲା । ବର୍ତମାନ ଦମନ ସିନେମାକୁ ଜାତୀୟ ପୁରସ୍କାର ମିଳିବା ଓଡିଶା ପାଇଁ ଏକ ଗୌରବର ବିଷୟ |

ଏହି ଫିଲ୍ମର କାହାଣୀ ଓଡ଼ିଶାରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଏଥିରେ ଯୁବ ଡାକ୍ତର ସିଦ୍ଧାର୍ଥଙ୍କ କର୍ତ୍ତବ୍ୟନିଷ୍ଠ କାହାଣୀ ପ୍ରତିଫଳିତ ହୋଇଛି। ଡାକ୍ତରୀ ପାଠ ଶେଷ କରିବା ପରେ ଡାକ୍ତରଙ୍କର ପୋଷ୍ଟିଂ ହୁଏ ମାଲକାନଗିରି ଜିଲ୍ଲାର ଉପାନ୍ତ ଅଞ୍ଚଳରେ। ମୌଳିକ ସୁବିଧା ସୁଯୋଗର ଅଭାବ, ପୁଣି ନକ୍ସଲ ଉପଦ୍ରୁତ ଏହି ଅଞ୍ଚଳରେ ଯୁବ ଡାକ୍ତରଜଣକ କିଭଳି ନିଜ କର୍ତ୍ତବ୍ୟ ସମ୍ପାଦନ କରୁଛନ୍ତି ଓ ଏଥିପାଇଁ ତାଙ୍କୁ କ’ଣ ସବୁ ଆହ୍ବାନର ସାମ୍ନା କରିବାକୁ ପଡ଼ୁଛି, ତାହା ଦେଖିବାକୁ ମିଳିଛି।