ମେ ୧୮ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
କଟକ ବୋର୍ଡ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି ୧୮ ତାରିଖ ଦିନ ୧୦ଟା ବେଳେ ରେଜଲ୍ଟ ପ୍ରକାଶ ପାଇବ ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ
କଟକ:ମେ ୧୮ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ ।ଷ୍ଟେଟ ଓପନ୍ ସ୍କୁଲ ଓ ମଧ୍ୟମା ରେଜଲ୍ଟ ମଧ୍ୟ ୧୮ରେ ପ୍ରକାଶ ପାଇବା ନେଇ ସୂଚନା ଦିଆଯାଇଛି । କଟକ ବୋର୍ଡ ଅଫିସ୍ ପକ୍ଷରୁ ସୂଚନା ଦିଆଯାଇଛି ୧୮ ତାରିଖ ଦିନ ୧୦ଟା ବେଳେ ରେଜଲ୍ଟ ପ୍ରକାଶ ପାଇବ । । ଦିନ ୧୨ଟା ସୁଦ୍ଧା ଛାତ୍ରଛାତ୍ରୀ ସେମାନଙ୍କର ରେଜଲ୍ଟ ଜାଣିପାରିବେ ।ଚଳିତ ବର୍ଷ ୫ଲକ୍ଷ ୪୧ ହଜାର ପିଲା ପରୀକ୍ଷା ଦେଇଛନ୍ତି ।ମାର୍ଚ୍ଚ ୧୦ରୁ ୨୦ ଯାଏ ପରୀକ୍ଷା ହୋଇଥିଲା । ପରିଚାଳନା ପାଇଁ ୩୧୬ଟି ନୋଡାଲ ସେଣ୍ଟର ଓ ୩୨୧୮ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା । ଗତ ବର୍ଷ ପାସ୍ ହାର ଥିଲା ୯୦ ଦଶମିକ ପାଞ୍ଚ ପାଞ୍ଚ ପ୍ରତିଶତ ଥିଲା। ମେ’ ତୃତୀୟ ସପ୍ତାହରେ ମାଟ୍ରିକ ରେଜଲ୍ଟ ବାହାରିବା ନେଇ ପୂର୍ବତମ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଥିଲେ । ୩ ତାରିଖରୁ ରାଜ୍ୟର ୫୬ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖିଥିଲେ ପ୍ରାୟ ୧୩ ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ।