ରାଜ୍ୟ କ୍ୟାବିନେଟ୍‌ରେ ୧୧ବିଭାଗର ୧୩ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟ୍‌ରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମିଳିଲା ମଞ୍ଜୁରୀ । କ୍ୟାବିନେଟ୍‌ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ମୟୂରଭଞ୍ଜର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ । ସେହିପରି ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ମିଳିଲା ଅନୁମୋଦନ । ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ସୃଷ୍ଟି ହେବ ୪,୧୯୫ ପୋଷ୍ଟ । ଅନ୍ୟପଟେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ମାସିକ ହଷ୍ଟେଲ୍ ଫି’ ୨ ହଜାର ଟଙ୍କା ଛାଡ଼ କରିବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟରେ ମିଳିଛି ଅନୁମୋଦନ । ସମୃଦ୍ଧ ସହର ଯୋଜନା ପାଇଁ ୪, ୮୭୯.୩୦ କୋଟି ବ୍ୟୟ ଅଟକଳ । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ ।

ସୂଚନାଯୋଗ୍ୟ, ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଲୋକସେବା ଭବନରେ କ୍ୟାବିନେଟ୍ ବୈଠକରେ ୧୧ଟି ବିଭାଗର ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କ୍ୟାବିନେଟ୍ ବୈଠକ ପରେ ସୂଚନା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ମୟୂରଭଞ୍ଜର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲ୍ଲା ଖୋଲିବ। ବୈଠକରେ ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମକୁ ଅନୁମୋଦନ ମିଳିଛି। ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ ପାଇଁ ୪ ହଜାର ୧୯୫ ପଦ ସୃଷ୍ଟି ହେବ। ଏହା ସହିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ମାସିକ ହଷ୍ଟେଲ ଫି ୨ ହଜାର ଟଙ୍କା ଛାଡ଼ କରିବାକୁ କ୍ୟାବିନେଟ୍ରେ ନିଷ୍ପତ୍ତି ହୋଇଛି।

ସମୃଦ୍ଧ ସହର ଯୋଜନାକୁ ରାଜ୍ୟ କ୍ୟାବିନେଟ୍ରେ ଅନୁମୋଦନ ମିଳିଛି। ସମୃଦ୍ଧ ସହର ଯୋଜନା ପାଇଁ ୪ ହଜାର ୮୭୯.୩୦ କୋଟି ବ୍ୟୟ ଅଟକଳ କରାଯାଇଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନରେ ସମୃଦ୍ଧ ସହର ଯୋଜନା ସହାୟକ ହେବ। ରାଜ୍ୟ କ୍ୟାବିନେଟ ବୈଠକରେ ଓଡ଼ିଶା ଆୟୁଷ ସହାୟକ ସେବା (ନିଯୁକ୍ତି ପ୍ରଣାଳୀ ଏବଂ ସେବା ସର୍ତ୍ତାବଳୀ) ସଂଶୋଧନ ନିୟମ, ୨୦୨କୁ ଅନୁମୋଦନ ମିଳିଛି। ଆୟୁଷ ସହାୟକ କ୍ୟାଡରର ପୁନର୍ଗଠନ ଦ୍ବାରା ୩୫୦ ଗୋଟି ବରିଷ୍ଠ ଆୟୁଷ ସହାୟକ ପଦବୀ ସୃଷ୍ଟି ହେବ।