ରାଜ୍ୟର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ନେଇ ମୋଦି-ନବୀନ ଆଲୋଚନା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେଦ୍ର ମୋଦିଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଉଭୟଙ୍କ ମଧ୍ୟରେ ପ୍ରାୟ ଅଧ ଘଣ୍ଟାରୁ ଅଧିକ ସମୟ ଧରି ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି । ରାଜ୍ୟର ସ୍ୱାର୍ଥ ସମ୍ଭଳିତ ପ୍ରସଙ୍ଗକୁ ମୋଦିଙ୍କ ନିକଟରେ ଉତଥାପନ କରିଛନ୍ତି ନବୀନ ।ତେବେ ଆଲୋଚନା ପରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ମହାମାରୀ ପରେ ଏହା ଥିଲା ପ୍ରଧାନମନ୍ତ୍ରୀଙ୍କ ସହ ତାଙ୍କର ସୌଜନ୍ୟମୂଳକ ସାକ୍ଷାତକାର । ଓଡ଼ିଶାର ବିଭିନ୍ନ ପ୍ରସଙ୍ଗ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ତାଙ୍କର ଆଲୋଚନା ହୋଇଛି । ଆଲୋଚନା ବେଳେ ପ୍ରଧାନମନ୍ତ୍ରୀଙ୍କୁ ସାହାଯ୍ୟ ମାଗିଛୁ ।

ଅନ୍ୟପକ୍ଷେ, ଆସନ୍ତା ଜୁଲାଇ ମାସରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଦୁଇ ନେତାଙ୍କ ମଧ୍ୟରେ ଏ ପ୍ରସଙ୍ଗ ନେଇ ମଧ୍ୟ ଆଲୋଚନା ହୋଇଥିବା ମଧ୍ୟ ସୂଚନା ମିଳୁଛି । ସେପଟେ ବଳକା ଉଷୁନା ଚାଉଳ ପ୍ରସଙ୍ଗ ଠାରୁ କେନ୍ଦ୍ରୀୟ ଅନୁଦାନ ନେଇ ମଧ୍ୟ ଆଲୋଚନା ହୋଇଛି । ସେହିପରି ୬ଟା ୩୦ରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସାକ୍ଷାତ କରିବାର କାର୍ଯ୍ୟକ୍ରମ ଥିବାନେଇ ମଧ୍ୟ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।