ଭୁବନେଶ୍ଵର: ୩୫ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ପାଇଁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଦରଖାସ୍ତ ଆହ୍ୱାନ । ଆଗ୍ରହୀ ପ୍ରଯୋଜକମାନେ ଅକ୍ଟୋବର ୪ ତାରିଖ ସୁଦ୍ଧା ଡାକ ଜରିଆରେ ପ୍ରମାଣପତ୍ର ସହ ଆବେଦନ କରିବାକୁ ନିର୍ଦ୍ଦେଶ । ୨୦୨୩ ଓ ୨୦୨୪ ଦୁଇ ବର୍ଷ ପାଇଁ ଦରଖାସ୍ତ ଆହ୍ବାନ କରାଯିବ । ଡିସେମ୍ବର ୩୧ ମଧ୍ୟରେ ସେନ୍ସର ହୋଇଥିବା ଚଳଚ୍ଚିତ୍ର ଆବେଦନ ପାଇଁ ଯୋଗ୍ୟ ହେବ । ତେବେ ସବିଶେଷ ବିବରଣୀ ଓ ନିୟମାବଳୀ ବିଭାଗର ୱେବସାଇଟ୍ରେ ଉପଲବ୍ଧ ।
୩୫ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୩ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ର ଗୁଡିକ ୦୧.୦୧.୨୦୨୩ ରିଖରୁ ୩୧.୧୨.୨୦୨୩ ରିଖ ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ। ସେହିପରି ଭାବେ ୩୬ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର-୨୦୨୪ ପାଇଁ ପ୍ରେରିତ ହୋଇଥିବା ଚଳଚ୍ଚିତ୍ରଗୁଡିକ ୦୧.୦୧.୨୦୨୪ ରୁ ୩୧.୧୨.୨୦୨୪ ରିଖ ଅବଧି ମଧ୍ୟରେ ଚଳଚ୍ଚିତ୍ର ପ୍ରମାଣନ ପତ୍ର ପ୍ରାପ୍ତ ହୋଇଥିବା ଆବଶ୍ୟକ । ଓଡ଼ିଆ ଚଳଚ୍ଚିତ୍ର ଉପରେ ଓଡ଼ିଆ/ଇଂରାଜୀ ଭାଷାରେ ଲିଖିତ ଶ୍ରେଷ୍ଠ ଲେଖା (Book/Monograph) ପାଇଁ ପୁରସ୍କାର ନିମନ୍ତେ ଆଗ୍ରହୀ ଲେଖକ/ଲେଖିକାମାନେ ଆବେଦନ କରିବା ସହିତ Book/Monograph ର ଦଶ ଖଣ୍ଡ ନକଲ ତା ୪.୧୦.୨୦୨୫ ରିଖ ସୁଦ୍ଧା ରେଜିଷ୍ଟ୍ରର୍ଡ଼ ପୋଷ୍ଟ/ ସ୍ପିଡ଼ ପୋଷ୍ଟ / ପାର୍ସଲ ମାଧ୍ୟମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିକଟରେ ଦାଖଲ କରିପାରିବେ। ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ସମ୍ବନ୍ଧୀୟ ସବିଶେଷ ବିବରଣୀ ଓ ନିୟମାବଳୀ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୱେବସାଇଟ:culture.odisha.gov.in ରେ ଉପଲବ୍ଧ କରାଯାଇଛି।