ଭୁବନେଶ୍ଵର: ବାତିଲ ହେଲା ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ ପାଇଁ ହୋଇଥିବା କଣ୍ଟ୍ରାକ୍ଟ । କାର୍ଯ୍ୟ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର କଣ୍ଟ୍ରାକ୍ଟ ବାତିଲ ହୋଇଥିବା ନେଇ ସୂଚନା ମିଳିଛି । ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ରଞ୍ଜିତ ବିଲ୍ଡକନ୍ ସହ କଣ୍ଟ୍ରାକ୍ଟ ବାତିଲ କଲା ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ । ପ୍ରାୟ ୮ ମାସ ହେଲା ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟ ବନ୍ଦ ରହିଛି । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ନୂଆ ରୂପରେଖ ପ୍ରସ୍ତୁତ ପାଇଁ କମିଟି ହୋଇଛି । ଆନ୍ତଃମନ୍ତ୍ରିସ୍ତରୀୟ କମିଟି ଗଠନ ହୋଇଛି, ନୂଆ ରୂପରେଖ ଓ DPR ହେବ ।
ସୂଚନା ଅନୁସାରେ, ୨୦୨୪ ଜାନୁଆରୀ ପହିଲାରେ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ପଡ଼ିଥିଲା । ୬ଟି ମେଟ୍ରୋ ଷ୍ଟେସନ ନିର୍ମାଣ ପାଇଁ ଚୁକ୍ତି ହୋଇଥିଲେ ମଧ୍ୟ ଗତ ୮ ମାସ ହେବ ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟ ବନ୍ଦ ରହିଛି । ସିଗାଲ୍ ଇଣ୍ଡିଆ ଲିମିଟେଡ୍ ଏବଂ ଦିଲ୍ଲୀ ମେଟ୍ରୋ ରେଲ୍ କର୍ପୋରେସନ୍ ଲିମିଟେଡ୍କୁ ପୂର୍ବ ସରକାର କଣ୍ଟ୍ରାକ୍ଟ ଦେଇଥିଲେ । କିନ୍ତୁ ଏହି ଦୁଇ କଂପାନି ରାଜ୍ୟ ସରକାରଙ୍କ ଅନୁରୋଧ ସତ୍ତ୍ବେ ନିୟମ ଅନୁଯାୟୀ ଉପଯୁକ୍ତ କ୍ଷତିପୂରଣ ଦେଇନାହାନ୍ତି । ଏପରିକି ଦୁଇ କମ୍ପାନୀ ମେଟ୍ରୋ ରେଳ ପ୍ରକଳ୍ପକୁ ନଷ୍ଟ କରିଥିବା ଅଭିଯୋଗ ଆଣି ଓଡ଼ିଶା ସରକାର ଏଭଳି କଠୋର ପଦକ୍ଷେପ ନେଇଥିବା କୁହାଯାଇଛି । ସେପଟେ ନୂଆ ରୂପରେଖ ଓ ଡିପିଆର ପରେ ନୂଆ କଣ୍ଟ୍ରାକ୍ଟ ଅନୁସାରେ ମେଟ୍ରୋ କାମ ହେବ ବୋଲି ସୂଚନା ମିଳିଛି ।