ଭୁବନେଶ୍ଵର: ଆଜିଠାରୁ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଭୁବନେଶ୍ୱରରେ ୨୯ ଓ ୩୦ ତାରିଖ ଦୁଇ ଦିନ ଧରି ଚାଲିବ ଜାତୀୟ ସମ୍ମିଳନୀ । ଏନେଇ ସୂଚନା ଦେଇଛନ୍ତି ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ଆଲୋଚନା ହେବ । ଦୀର୍ଘ ୩୧ ବର୍ଷ ପରେ ଓଡ଼ିଶାରେ ଏସ୍ସି-ଏସ୍ଟି ସମ୍ମିଳନୀ ଆୟୋଜିତ । ଲୋକସଭା ବାଚସ୍ପତି, ରାଜ୍ୟସଭା ଉପାଧ୍ୟକ୍ଷ, କେନ୍ଦ୍ର ମନ୍ତ୍ରୀ ଏଥିରେ ଭାଗ ନେବେ । ଉଦଯାପନୀ ପରେ ପ୍ରତିନିଧିଙ୍କୁ କୋଣାର୍କ ସହ ଶ୍ରୀଜିଉଙ୍କ ଦର୍ଶନ ପାଇଁ ନିଆଯିବ ।
ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଆଦିବାସୀ ବିକାଶରେ ସଂସଦୀୟ କମିଟିର ଭୂମିକା। ଯାହା ସମ୍ପର୍କରେ ଆଲୋଚନା ହେବ। ଉଦଯାପନୀ ସମାରୋହରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ସମେତ ରାଜ୍ୟ ମନ୍ତ୍ରୀମାନେ ଉଦବୋଧନ ଦେବେ। ଏ ନେଇ ଆଜି ବିଧାନସଭା ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା। ଦୁଇ ଦିନ ଧରି ଲୋକସେବା ଭବନ କନଭେନସନରେ ଏହି ସମ୍ମିଳନୀ ଆୟୋଜିତ ହେବ। ସାମ୍ବିଧାନିକ ସୁରକ୍ଷା ଓ ଆଦିବାସୀ ବିକାଶ ନେଇ ବିଭିନ୍ନ ରାଜ୍ୟ ନେଇଥିବା ପଦକ୍ଷେପକୁ ଏହି ସମ୍ମିଳନୀରେ ଉପସ୍ଥାପନ କରାଯିବ। ୩୧ ବର୍ଷ ପରେ ଏହା ଓଡ଼ିଶାରେ ଆୟୋଜନ କରାଯାଉଛି। ଓଡ଼ିଶାର ହସ୍ତଶିଳ୍ପ, କାରିଗରୀ, ସଂସ୍କୃତି ଓ କଳାକୁ ନେଇ ଏକ ପ୍ରଦର୍ଶନୀ ସହ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ। ଉଦଯାପନୀ ପରେ ପ୍ରତିନିଧିମାନଙ୍କୁ କୋଣାର୍କ ସହ ଶ୍ରୀଜଗନ୍ନାଥ ଦର୍ଶନ କରାଯିବ।