୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଏବେ ପାଗ ଶୁଖିଲା ଥିବା ବେଳେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପୁଣି ବର୍ଷା ହେବା ନେଇ ସୂଚନା ରହିଛି । ଆହୁରି ଦୁଇ ଦିନ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦୁଝର ଓ କଟକ। ପ୍ରବଳ ବର୍ଷା ହେବା ନେଇ ଏହି ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୋଟ୍ ୨୦ ଜିଲ୍ଲାକୁ ବିଜୁଳି ଘଡଘଡି ପାଇଁ ଚେତାବନୀ ଜାରି ହୋଇଛି । ଉତ୍ତର ଓଡ଼ିଶାର ସମସ୍ତ ୧୫ ଜିଲ୍ଲା ସମେତ ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼ ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ଆଶଙ୍କା ରହିଛି । ଅନ୍ୟପଟେ ଆସନ୍ତା ୨୯ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଯାହାର ପ୍ରଭାବରେ ସେପ୍ଟେମ୍ବର ୧ରୁ ୩ ଯାଏଁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।