ପୁଣି ଥରେ ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ

0

ଭୁବନେଶ୍ୱର;(ରିପୋଟର୍ସ ଟୁଡେ);-ପୁଣି ଥରେ ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି ଓଡ଼ିଶା ଲୋକଙ୍କ ଗହମ ପାଇଁ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି ।ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ  ମିଳୁଥିବା ଗହମ କୁ ବନ୍ଦ କରି ଅଧିକ ଚାଉଳ ଦେବାକୁ କେନ୍ଦ୍ର କୁ ଦାବି କରି ଗହମ ଯୋଗାଣ କୁ ବନ୍ଦ କରିଦିଆ ଯାଇଥିଲା । ସେବେକାର ବିଜେଡି ସରକାର ଗହମ କୁ ବନ୍ଦ କରି ରାସନ କାର୍ଡ ହିତାଧିକାରୀ ଙ୍କୁ କେବଳ ଚାଉଳ ଯୋଗାଇ ଦେଉଥିଲେ । ବର୍ତ୍ତମାନ ଖାଦ୍ୟ ଯୋଗାଣ ମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀ ଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ମିଳିବା କୁ ଯାଉଛି ।