ରାଜ୍ୟରେ ଆଉ ଜଣେ କୋରୋନା ପଜେଟିଭ ଚିହ୍ନଟ,୧୬୨ ରେ ପହଞ୍ଚିଲା ସଂଖ୍ୟା

(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ଆଉ ଜଣେ କୋରୋନା ପଜେଟିଭ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୧୬୨ ରେ ପହଞ୍ଚିଛି ଆକ୍ରାନ୍ତଙ୍କ ସଂଖ୍ୟା । ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା । ଏହା ପୂର୍ବରୁ ବାଲେଶ୍ୱର ଜିଲ୍ଲାରୁ ଏକ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲା । ଏହି ଆକ୍ରାନ୍ତ ଜଣଙ୍କ କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସୂଚନା ।

ତେବେ ଏହି ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ୧୬୨ ରେ ପହଞ୍ଚିଛି ସଂଖ୍ୟା । ୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେବି ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୧୦୫ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି ।