ଭୁବନେଶ୍ଵର: ବିଧାନସଭା ଅଧିବେଶନର ଷଷ୍ଠ ଦିନରେ ଆଜି ବି ସରଗରମ ହୋଇପାରେ ଗୃହ । ମୋହନ ସରକାର ୨ ଲକ୍ଷ ୬୫ ହଜାର କୋଟିର ବଜେଟ ଆଣିଛନ୍ତି । ୨୦୨୪-୨୫ ଆର୍ଥିକ ବଜେଟ ଉପରେ ଗୃହରେ ଆଲୋଚନା ଆରମ୍ଭ ହେବ। ଏହା ଉପରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ସେମାନଙ୍କର ମତ ରଖିବେ ।
ଆଜି ଗୃହରେ ରହିଛି ଗୁରୁତ୍ଵପୂର୍ଣ୍ଣ ବିଭାଗ ଗୁଡିକର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ । ଗୃହ, ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲେକ୍ରୋଟୋନିକ୍ସ, ସୂଚନା ପ୍ରଯୁକ୍ତି ବିଦ୍ୟା , ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ , ଅର୍ଥବିଭାଗ ଭଳି ଗୁରୁତ୍ଵପୂର୍ଣ୍ଣ ବିଭାଗର ଆଜି ଆଲୋଚନା ରହିଛି।
ଏହାରି ଭିତରେ ବିରୋଧୀଙ୍କ ହାତରେ ଲାଗିଛି ଏକ ନୂଆ ପ୍ରସଙ୍ଗ। ମୁଖ୍ୟମନ୍ତ୍ରୀ ଅଧିବେଶନ ଚାଲିଥିବା ସମୟରେ କିପରି ଗୃହ ବାହାରେ ଏକ ସରକାରୀ ଘୋଷଣା କଲେ , ତାହାକୁ ନେଇ ସରକାରଙ୍କୁ ଗୃହରେ ଘେରିବେ ବିରୋଧୀ।