କାଳବୈଶାଖୀ ଜନିତ ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ତାତିରୁ ମିଳିଲା ଆଶ୍ୱସ୍ତି । ଦୀର୍ଘ ଦିନ ପରେ ଗତକାଲି ଠାରୁ ଗ୍ରୀଷ୍ମ ଲହରୀ ସ୍ଥିତିରେ ସୁଧାର ଆସିଛି । ରାଜ୍ୟରେ କାଳବୈଶାଖୀ ବର୍ଷା ଓ ପବନ ଆଶ୍ୱସ୍ତି ଦେଇଛି। ଆଜି ରାଜ୍ୟର ଅଧିକାଂଶ ଅଞ୍ଚଳରେ କାଳବୈଶାଖୀ ବର୍ଷାର ପ୍ରକୋପ ରହିବାକୁ ଥିବା ବେଳେ ପବନର ବେଗ ମଧ୍ୟ ବୃଦ୍ଧି ୪୦-୫୦ କିମି ପଞ୍ଚିବାର ରହିଛି। ଏହା ପ୍ରଭାବରେ ଆଗାମୀ ୨-୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦିନ ତାପମାତ୍ରାରେ ୪-୬ ଡିଗ୍ରୀ ଯାଏଁ ହ୍ରାସ ସମ୍ଭାବନା ରହିଛି। ତେଣୁ ଆଗକୁ ସାରା ଓଡ଼ିଶାରେ ତାତିରୁ ଆଶ୍ୱସ୍ତି ମିଳିବ ବୋଲି ଆକଳନ କରାଯାଇଛି।
ତେବେ ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ କୋରାପୁଟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ଏଥିପାଇଁ ଏହିଜିଲ୍ଲାଗୁଡ଼ିକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆସନ୍ତା ବୁଧାବର ଓ ଗୁରୁବାର ମଧ୍ୟ ବିଭିନ୍ନ ଜିଲ୍ଲାରେ ସମାନ ସ୍ଥିତି ସୃଷ୍ଟି ହେବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।