ଭୁବନେଶ୍ଵର: ଆଜି ଓଡ଼ିଶା ଟିଚର୍ ଏଲିଜିବିଲିଟି ଟେଷ୍ଟ୍ । ଶୃଙ୍ଖଳିତ ପରୀକ୍ଷା ପରିଚାଳନା ପାଇଁ ବ୍ୟାପକ ବ୍ୟବସ୍ଥା । ମୋଟ୍ ୪୫୨ଟି ସେଣ୍ଟର, ଦେଢ଼ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ଦେବେ ପରୀକ୍ଷା । ଦୁଇଟି ସିଟିଂରେ ଅନୁଷ୍ଠିତ ହେବ OTET । ସକାଳ ୯ରୁ ସାଢେ ୧୧ଟା ପ୍ରଥମ ସିଟିଂ ପରୀକ୍ଷା । ଅପରାହ୍ନ ସାଢେ ୧ଟାରୁ ୪ଟା ଦ୍ୱିତୀୟ ସିଟିଂ ପରୀକ୍ଷା। ଇଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ଲକ୍ଷ ୬୦ହଜାର ୩୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ଏଥିରେ ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ ଶିକ୍ଷୟତ୍ରୀ ଅଛନ୍ତି ।

ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ୟ୍ୟରତ ୨୨ ହଜାର ୯୭୯ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ଏହି ପରୀକ୍ଷା ଦେବେ। ଓଟିଇଟି ପେପର-୧ ରେ ୪୭ ହଜାର ୭୨୦ ଜଣ ଓ ପେପର-୨ରେ ୧ ଲକ୍ଷ ୧୨ ହଜାର ୬୫୯ ପରୀକ୍ଷାର୍ଥୀ ଅଛନ୍ତି।ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ଗ୍ରହଣ କରାଯାଇଛି । ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର ନିୟନ୍ତ୍ରଣ ବ୍ୟବସ୍ଥା ହୋଇଛି । ୪୫୨ ଟି ପରୀକ୍ଷା କେନ୍ଦ୍ରକୁ ସିସିଟିଭି ବ୍ୟବସ୍ଥା ସହିତ ଯୋଡ଼ା ଯାଇଥିବା ବେଳେ ବୋର୍ଡର କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ କେନ୍ଦ୍ରକୁ ନିରୀକ୍ଷଣ କରାଯାଉଛି ।