ଯାଯପୁର: ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ରବିବାର ଶ୍ରୀ ପୃଷ୍ଟିଙ୍କର ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରାଯାଇଥିଲା । ତେବେ ଅବସ୍ଥା ଅଧିକ ବିଗିଡିବାରୁ ତାଙ୍କୁ ସୋମବାର ଯାଯପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଥିଲା ।
ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ନନ୍ଦ ସାରଙ୍କ ଅବସ୍ଥା ଭଲ ନାହିଁ । ପରେ ତାଙ୍କୁ ଟାଟା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଥିଲା । ଜିଲ୍ଲପାଳ ଚକ୍ରବର୍ତୀ ସିଂ ରାଠୋର ସେଠାରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ବୁଝିଛନ୍ତି ।