ଆମ ଓଡ଼ିଶା ନବୀନ ଓଡ଼ିଶା ପକ୍ଷରୁ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର

ହିନ୍ଦୋଳ / ଗୌତମ ମୁଦୁଲି : ଢ଼େଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ୍ ହାତୁରା ପଞ୍ଚାୟତ ଠାରେ ଆଜି ଆମ ଓଡିଶା ନବୀନ ଓଡ଼ିଶା କାର୍ଯକ୍ରମ ମାଧ୍ୟମରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ହିନ୍ଦୋଳ ବ୍ଲକ୍ ଅଧ୍ୟକ୍ଷା ସସ୍ମିତାରାଣୀ ନାଏକ, ୨ନମ୍ୱର୍ ଜିଲ୍ଲାପରିଷଦ ସଭ୍ୟ ସୁମନ୍ତ ଦେହୁରୀ, ସମ୍ମାନୀୟ ଅତିଥି ଭାବେ ବରିଷ୍ଠ ନାଗରିକ ତଥା ପରିବେଶବିତ୍ ରତିକାନ୍ତ ଗଡନାୟକ, ହାତୁରା ସରପଞ୍ଚ ଶ୍ରୀମତୀ ତୁଳସୀ ନାଏକ ଙ୍କ ସମେତ ଅନେକ ସଭ୍ୟ, ସଭ୍ୟା, ଛାତ୍ରଛାତ୍ରୀ, ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଉକ୍ତ କାର୍ଯ୍ୟକ୍ରମ ମାଧ୍ୟମରେ ଲୋକମାନଙ୍କୁ ଅବଗତ କରାଯାଇଥିଲା। ହାତୂରା ପଞ୍ଚାୟତରେ ହୋଇଥିବା ଉନ୍ନୟନ ମୂଳକ କାର୍ଯ୍ୟ ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ମାଧ୍ୟମରେ ୧୯ଟି ପ୍ରକଳ୍ପ ପାଇଁ ୫୦ ଲକ୍ଷ୍ୟ ଟଙ୍କା, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ୧୫୩୫ ପରିବାରକୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ଅନ୍ତର୍ଭୁକ୍ତ, ୧୩୬୮ ଗରୀବ ପରିବାରକୁ କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ, ୮୨୦ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ଭତ୍ତା ଏବଂ ୧୧୦୪ ଗର୍ଭବତୀ ମହିଳାଙ୍କୁ ମମତା ଯୋଜନା ମାଧ୍ୟମରେ ସହାୟତା ରାଶି ଭଳି ଅନେକ ଯୋଜନାରେ ପଞ୍ଚାୟତରେ ହୋଇଥିବା ଉନ୍ନୟନ ମୂଳକ କାର୍ଯ୍ୟ ଗୁଡ଼ିକୁ ଲୋକଲୋଚନକୁ ଅଣାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ସଙ୍ଗୀତ ପରିବେଷଣ ଏବଂ ନାଚ ଗୀତରେ ଦର୍ଶକ ଝୁମିବା ସହିତ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରଯାଇଥିଲା।