( ଭୁବନେଶ୍ୱର) : ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାର ମୁଖ୍ୟ ତଥା ଏକମାତ୍ର ଅଭିଯୁକ୍ତ କୁହାଯାଉଥିବା ଭଇଁଷା ଜ୍ୟୋତି ବିକାଶ କଲେଜର ଇଂରାଜ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ବିରୋଧରେ ଆଜି କ୍ରାଇମବ୍ରାଞ୍ଚ ୩୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି । କଲେଜର ଅଧ୍ୟକ୍ଷ ପଦ ପାଇଁ ଚାଲିଥିବା ବିବାଦରେ ପ୍ରତିଶୋଧ ପରାୟଣ ହୋଇ ସେ ଏଭଳି କାଣ୍ଡ କରିବା ସହ ତାଙ୍କ ବିରୋଧ ଦୃଢ କାର୍ଯ୍ୟନୁଷ୍ଠାନ କରାଯିବ ବୋଲି ଏହି ଚାର୍ଜସିଟ ଉଲ୍ଲେଖ କରାଯାଇଛି ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟୟ ।