ବ୍ରହ୍ମପୁର: ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ଫେରାର୍ ଅଭିଯୁକ୍ତ ସୁଦର୍ଶନ ଜେନାର ଆତ୍ମସମର୍ପଣ । ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଆତ୍ମସମର୍ପଣ କଲା ସୁଦର୍ଶନ ଜେନା । ବିଜେଡି ନେତା ବିକ୍ରମ ପଣ୍ଡାଙ୍କ ସହଯୋଗୀ ଥିଲା ସୁଦର୍ଶନ ଜେନା ।
ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ କୁମାର ପଣ୍ଡାଙ୍କ ସହ ୧୨ଜଣଙ୍କୁ କୋର୍ଟ ଚାଲାଣ କରିଥିଲା । ସୁନୀଲ ହୋତା ଜୟପୁରରେ ତାଙ୍କ ଫାର୍ମ ହାଉସରେ ଦୁଇଜଣ ଅଭିଯୁକ୍ତକୁ ଆଶ୍ରୟ ଦେଇଥିଲେ ଏବଂ ଅଭିଯୁକ୍ତମାନଙ୍କ ପାଇଁ ଟଙ୍କା ଖର୍ଚ୍ଚ କରିଥିବା ଗତକାଲି ସାମ୍ବାଦିକ ସମ୍ମିଳନୀରେ ବ୍ରହ୍ମପୁର ଏସପି ସରବଣା ବିବେକ ଏମ ସୂଚନା ଦେଇଥିଲେ । ପୀତବାସଙ୍କୁ ଗୁଳି କରିଥିବା ମୁଖ୍ୟ ଅଭିଯୁକ୍ତ କୁରୁପତି ଭୂଆଁ ଓ ଉମା ବିଷୋୟୀ ଏବେବି ଫେରାର ଅଛି । ଉମାକୁ ଧରିବା ପୁଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ଉମା ଧରାପଡ଼ିବା ପରେ ଅନେକ ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି ।