ଓଡିଶା ଆଦର୍ଶ ବିଦ୍ୟାଳୟ ପକ୍ଷରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ

ହିଞ୍ଜିଳି(ରଜନୀକାନ୍ତ ପାତ୍ର): ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ଶାସନ ଆମ୍ବଗାଁ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟ ସଭାପତି ସ୍ୱର୍ଗତ ବିଜୟ କୁମାର ସାହୁଙ୍କ ସ୍ମୁତି ସଭା ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ହିଞ୍ଜିଳିକାଟୁ ବିଡିଓ ସୁବ୍ରତ ଜେନା ଯୋଗଦେଇ ଶୁଭାରମ୍ଭ କରିଥିବାବେଳେ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ଅରୁଣ କୁମାର ପଟେଲ ସଂଯୋଜନ କରିଥିଲେ ।