ରଙ୍ଗ ଖେଳି ଗାଧୋଇବା ହେଲା କାଳ

ବାଲେଶ୍ୱର/ଶରତ ନାୟକ :ରଙ୍ଗ ଖେଳିସାରିବା ପରେ ପୋଖରୀକୁ ଗାଧୋଇବାକୁ ଯାଇ ଜଣେ ୧୦ ବର୍ଷୀୟ ନାବାଳକ ପୋଖରୀରେ ବୁଡିଯାଇଥିବା ଜଣାପଡିଛି। ସୂଚନା ଅନୁସାରେ ବାଲେଶ୍ୱର ସୋର ପୌରାଞ୍ଚଳ ମଧୁସୂଦନ ପୁର ଗ୍ରାମର ମାନସ ପାତ୍ର ଦୀର୍ଘ ଦିନ ଧରି ପରିବାର ସହ ଥାନା ଦହିସଡା ଗ୍ରାମରେ ରହୁଛନ୍ତି। ଆଜି ତାଙ୍କର ଏକମାତ୍ର ପୁଅ ଆୟୁଷ ପାତ୍ର (୧୦) ସାଙ୍ଗମାନଙ୍କ ସହ ରଙ୍ଗଖେଳିସାରିବା ପରେ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇ ପୋଖରୀରେ ବୁଡିଯାଇଥିଲେ। ପରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ସୋର ଡାକ୍ତରଖାନାକୁ ନେଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଂଚି ଶବ ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି।