ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଲେ ପ୍ରକାଶ ବେହେରା । ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପଠାଇଛନ୍ତି । ଗତ ନିର୍ବାଚନରେ କଟକ ବାରବାଟୀରୁ ପ୍ରାର୍ଥୀ ହୋଇଥିଲେ ପ୍ରକାଶ ବେହେରା । ୨୦୧୪ରେ ସାଲେପୁରରୁ କଂଗ୍ରେସ ଟିକେଟ୍ରେ ଜିତିଥିଲେ ।ତେବେ ଇସ୍ତଫା ପତ୍ରରେ ପ୍ରକାଶ ଲେଖିଛନ୍ତି କି, ବହୁ ଚିନ୍ତନ ପରେ ମୁଁ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଉଅଛି । ଆପଣ ମୋତେ ବାରବାଟୀ-କଟକ ଭଳି ସମ୍ମାନଜନକ ଆସନରୁ ପ୍ରାର୍ଥୀ କରିଥିବାରୁ କୃତଜ୍ଞତା ଜଣାଉଅଛି ଓ ଆପଣଙ୍କ ନେତୃତ୍ୱକୁ ସମ୍ମାନ ଜଣାଉଛି । ଯେହେତୁ ମୁଁ ଜଣେ ରାଷ୍ଟ୍ରୀୟ ଚିନ୍ତାଧାରାରେ ବିଶ୍ଵାସ ରଖୁଥୁବା ଓ ଜନସାଧାରଣଙ୍କ ସମସ୍ୟା, ବିକାଶ ଓ ସଙ୍ଗଠନ ସହ ଯୋଡିହୋଇ ରହୁଥିବା ବ୍ୟକ୍ତିତ୍ଵ ତେଣୁ ଏଭଳି ନିଷ୍ପତ୍ତି ନେବାକୁ ଉଚିତ ମନେ କଲି ।