ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ସମୟ ଘୋଷଣା :୨୨ଜନୁଆରୀ ୧୨.୨୦ ମିନିଟ

ଅଯୋଧ୍ୟ : ଅଯୋଧ୍ୟାରେ ରାମ ମନ୍ଦିର ୨୦୨୪ ଜାନୁଆରୀ ୨୨ରେ ଉଦଘାଟନ ହେବ । ୨୨ତାରିଖ ଦିନ ୧୨.୩୦ ରୁ ୧ଟା ମଧ୍ୟରେ ହେବ ଉଦଘାଟନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିବେ । ପ୍ରାଣ ପ୍ରତିଷ୍ଠା ହେବାର ଗୋଟେ ସପ୍ତାହ ପୂର୍ବରୁ ପୂଜା ଆରମ୍ଭ ହେବ । ତେବେ ପ୍ରାଣ ପ୍ରତିଷ୍ଠା ହେବାର ସମୟ ଧାର୍ଯ୍ୟ କରାଯାଇଛି । ୨୨ ତାରିଖ ଦିନ ୧୨.୨୦ ମିନିଟରେ ରାମଲାଲଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ ।

ଖବର ମୁତାବକ, ଆଜି ରାତି ୨.୦୯ ମିନିଟରୁ ରାମନଗରୀର କୋସୀ ପରିକ୍ରମା କରାଯିବ । ପରିକ୍ରମାରେ ପାଖାପାଖି ୧୪ କିମି ରାସ୍ତା ବୁଲିବାକୁ ହେବ । ପ୍ରାଣ ପ୍ରତିଷ୍ଠା ପାଇଁ ଚୟନ କରାଯାଉଥିବା ସମୟ ବହୁତ ସ୍ୱତନ୍ତ୍ର ରହିଛି । ସେଦିନ ଏହିସମୟରେ ମୃଗଶୀର୍ଷ ନକ୍ଷତ୍ର ରହିଛି । ଯାହା ବହୁତ ଶୁଭ ହୋଇଥାଏ । ଏହି ନକ୍ଷତ୍ରରେ କୃଷି କାର୍ଯ୍ୟ, ବେପାର, ବିଦେଶ ଯାତ୍ରା ପାଇଁ ସର୍ବଶ୍ରେଷ୍ଠ । ପ୍ରାଣ ପ୍ରତିଷ୍ଠା ହେବା ପୂର୍ବରୁ ୧୭ ଜାନୁଆରୀରୁ ବିଧିବିଧାନ ପୂଜା ଆରମ୍ଭ ହୋଇଯିବ । ସେଦିନ ପ୍ରଭୁ ଶ୍ରୀରାମଙ୍କ ଭବ୍ୟ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେବ । ଏହି ଅବସରରେ ବିଶ୍ୱର ୮୦ଟି ରାଷ୍ଟ୍ରର ମୁଖ୍ୟଙ୍କୁ ନିମନ୍ତ୍ରଣ ପତ୍ର ପଠାଯିବ । ମନ୍ଦିର ଟ୍ରଷ୍ଟ ପକ୍ଷରୁ ଏନେଇ ଏକ ଲିଷ୍ଟ ପ୍ରସ୍ତୁତ କରାଯାଇଛି ।