୨ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି ଦେଲା ବିଜେଡି : ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡ଼ା ଏବଂ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଦାୟିତ୍ବ

ଭୁବନେଶ୍ବର : ବିଜୁ ଜନତା ଦଳ ୨ ଜିଲ୍ଲା ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛି। କେନ୍ଦ୍ରାପଡା ଓ ଭଦ୍ରକ ଜିଲ୍ଲା ପାଇଁ ଆଜି ବିଜେଡି ସଭାପତି ନବୀନ ପଟ୍ଟନାୟକ ପର୍ଯ୍ୟବେକ୍ଷକ ନିଯୁକ୍ତି କରିଛନ୍ତି। ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଏବଂ ସଞ୍ଜୟ କୁମାର ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ମିଳିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଏହି ଦୁଇ ନେତାଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି। ଏନେଇ। ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ସୂଚନା ଦେଇଛନ୍ତି।

ଦାୟିତ୍ୱ ମିଳିବା ପରେ ସଞ୍ଜୟ କୁମାର ଦାସବର୍ମା  କହିଛନ୍ତି  ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ମତେ ଯେତେବେଳେ ଯେଉଁ ଦାୟିତ୍ଵ ଦେଇଛନ୍ତି, ମୁଁ ତାକୁ ନିଷ୍ଠା ଓ ଆନ୍ତରିକତା ସହ ନିର୍ବାହ କରିଛି। ଏବେ ଯେଉଁ ଦାୟିତ୍ଵ ମିଳିଛି, ତାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି। ମୋ ଉପରେ ଭରସା, ବିଶ୍ବାସ ଓ ଆସ୍ଥା ପ୍ରକଟ କରିଥିବାରୁ ମୁଁ ବିଜୁ ଜନତା ଦଳର ସଭାପତି  ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି।