ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଆଜି ଓଡିଶା ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି ମହାମହିମ । ସେଠାରୁ ସିଧାସଳଖ ଜୟଦେବ ଭବନ ଯାଇଛନ୍ତି । ସେଠାରେ ଆୟୋଜିତ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ ତମ ଶ୍ରାଦ୍ଧବାର୍ଷିକୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି । ଏହା ପରେ ଆଜି ରାଜଭବନରେ ରାତ୍ରୀଯାପନ କରିବେ । ଆସନ୍ତାକାଲି ଯାଇ ରଥଯାତ୍ରାରେ ସାମିଲ ହେବେ । ଚାରି ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ତେବେ ଏହି ଗସ୍ତ ଜୁଲାଇ ୬ ତରିଖରୁ ୯ ତରିଖ ପର୍ଯ୍ୟ ରହିଥିବା ବେଳେ ଓଡିଶାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।