ଭୁବନେଶ୍ୱର: ଚଳିତ ବର୍ଷ ରଥଯାତ୍ରାରେ ଯୋଗଦେବେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ । ଜୁଲାଇ ୬ ତାରିଖରେ ଓଡିଶା ଆସିବେ ରାଷ୍ଟ୍ରପତି। ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ । ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ସେହି ସମୟରେ ଭୁବନେଶ୍ୱର ଓ ପୁରୀ ରେ ଅନୁଷ୍ଠିତ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି କୁହାଯାଉଛି । ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ପାଇଁ ଏବେଠାରୁ ଆରମ୍ଭ ହେଲାଣି ପ୍ରସ୍ତୁତି ।
ସୂଚନା ଅନୁଯାୟୀ, ଜୁଲାଇ ୭ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପଡୁଥିବାରୁ ଚଳିତ ବର୍ଷ ରଥଯାତ୍ରା ଦିନ ନବଯୌବନ ଓ ନେତ୍ରୋତ୍ସବ ପଡୁଛି । ତେଣୁ ନୀତିକାନ୍ତିକୁ ତ୍ୱରାନ୍ୱିତ କରିବା ଆବଶ୍ୟକ ଥିବାରୁ ଭକ୍ତମାନେ ଏବର୍ଷ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ରହିବେ । ତେବେ ଚଳିତ ବର୍ଷ ରଥଯାତ୍ରାରେ ଦ୍ୱିଗୁଣା ଭକ୍ତଙ୍କ ସମାଗମ ହେବାର ଆଶଙ୍କା କରାଯାଉଛି । ଆଜିର ବୈଠକରେ ଭକ୍ତଙ୍କ ରହିଣି ,ସୁବିଧା ,ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ଓ ନୀତିକାନ୍ତି ଉପରେ ବିସ୍ତୃତ ଆଲୋଚନା କରାଯିବ ।