ଭୁବନେଶ୍ଵର: ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆସନ୍ତା ଜୁଲାଇ ୧୪ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରିପୋର୍ଟ ଅନୁଯାୟୀ, ରାଷ୍ଟ୍ରପତି ମୁର୍ମୁ ଜୁଲାଇ ୧୪ ସଂନ୍ଧ୍ୟାରେ ଭୁବନେଶ୍ୱର ଏମ୍ସର ୫ମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ପରଦିନ, ଜୁଲାଇ ୧୫ରେ, ସେ ରେଭେନ୍ସା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ରାଷ୍ଟ୍ରପତି ଜୁଲାଇ ୧୫ ତାରିଖରେ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପଟେ ଆଦିକବି ସାରଳା ଦାସଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ କଟକରେ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ଉତ୍ସବରେ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୨ ଦିନ ଧରି ଭୁବନେଶ୍ୱର ସମେତ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ଜୁଲାଇ ୧୫ ତାରିଖ ସଂଧ୍ୟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।