ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲି ନୂଆଦିଲ୍ଲୀର ବୀର୍ ବାଲ୍ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପ୍ରଦାନ କରିବେ । କେନ୍ଦ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୧୮ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୨୦ଜଣ ଶିଶୁଙ୍କୁ ସେମାନଙ୍କ ସାହସ, କ୍ରୀଡ଼ା ଏବଂ ସାମାଜିକ ସେବା ନିମନ୍ତେ ଏହି ପୁରସ୍କାର ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ବୀର୍ବାଲ ଦିବସ ଅବସରରେ ଏକ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ପିଲାମାନଙ୍କୁ ସମ୍ବୋଧନ କରିବେ ।

ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ନିଃସ୍ୱାର୍ଥପର ସେବା, ସାହସ ଏବଂ ଦୃଢ଼ତା ସମ୍ବଳିତ ଘଟଣା ସମ୍ପର୍କରେ ଉପସ୍ଥାପନ କରାଯିବ । କାର୍ଯ୍ୟକ୍ରମରେ ଦେଶର ସାଂସ୍କୃତିକ ବିବିଧତା ଓ ଐତିହ୍ୟର ପ୍ରଦର୍ଶନ ମଧ୍ୟ କରାଯିବାକୁ ନିଷ୍ପତ୍ତି ହୋଇଛି । କେନ୍ଦ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ।