ପୌର ନିର୍ବାଚନ: ୨୪ ତାରିଖ ସକାଳ ୮ରୁ ପଡ଼ିବ ଭୋଟ୍, କାଲି ସନ୍ଧ୍ୟା ୫ଟା ପରେ ପ୍ରଚାର ବନ୍ଦ

ଭୁବନେଶ୍ୱର: ପୌର ନିର୍ବାଚନ ନେଇ ନିର୍ବାଚନ କମିଶନରଙ୍କ ଜରୁରୀ କାଳୀନ ସୂଚନା । ଆଗକୁ ହେବାକୁ ଥିବା ପୌର ନିର୍ବାଚନ ନେଇ ରାଜ୍ୟ ନିର୍ବାଚନ କମିସନରଙ୍କ ପ୍ରେସମିଟ୍‌ । ପୌର ନିର୍ବାଚନ ନିମନ୍ତେ ଆସନ୍ତା ୨୪ ତାରିଖ ସକାଳ ୮ଟାରୁ ସଂଧ୍ୟା ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ଅନ୍ୟପକ୍ଷେ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ବନ୍ଦ ହେବ ପ୍ରଚାର । ସମୁଦାୟ ୧୭୩୭ ୱାର୍ଡରେ ହେବ ପୌର ପରିଷଦ ନିର୍ବାଚନ ।

୪୩୭୩ ବୁଥରେ ୪୦ଲକ୍ଷ ୫୫ହଜାର ୫୩ଜଣ ମତଦାତା ନିଜର ମତାଧିକାର ସାବ୍ୟସ୍ତ କରିବେ । ପୌର ନିର୍ବାଚନ ପାଇଁ ମୋଟ ୧୯୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ସେଥିମଧ୍ୟରୁ ବିଏମ୍‌ସି ପାଇଁ ୩୦, ସିଏମ୍‌ସି ପାଇଁ ୨୦, ବ୍ରହ୍ମପୁର ମ୍ୟୁନିସିପାଲ୍‌ କର୍ପୋରେସନ ପାଇଁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହେବା ନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ସୂଚନା ଦେଇଛନ୍ତି ।

ଏହା ସହ ୩୦୦ ମୋବାଇଲ ପାର୍ଟି ରହିବେ ସେଥିମଧ୍ୟରୁ ୧୦୯ଟି ପାର୍ଟି ତିନୋଟି ମହାନଗର ନିଗମରେ ରହିବେ । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌରପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ପ୍ରତ୍ୟେକ ପୋଲିଂ ପାର୍ଟି ରେ ଜଣେ ପ୍ରିଜାଇଡିଂ ଅଫିସର ଆଉ ୪ ଜଣ ପୋଲିଂ ଅଫିସର ରହିବେ । ନିର୍ବାଚନ ହେଉଥିବା ପ୍ରତ୍ୟେକ ପୌର ପରିଷଦର ପୋଲିସ ଷ୍ଟେସନରେ ଗୋଟିଏ ଲେଖାଏଁ ଷ୍ଟ୍ରାଇକିଂ ଫୋର୍ସ ରହିବେ । ଜିଲ୍ଲାରେ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ କିମ୍ବା ଦୁଇ ପ୍ଲାଟୁନ ଫୋର୍ସ ରହିବେ । ୫ ଟି ସ୍ଥାନରେ ବଡ଼ର ସିଲି ପଏଣ୍ଟ ରହିବ । ସେହିପରି ଅପରାହ୍ନ ୫ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ । ମଙ୍ଗଳବାର ୫ଟା ସୁଦ୍ଧା ସରିବ ନିର୍ବାଚନ ପ୍ରଚାର ।