ଭୁବନେଶ୍ବର: ଆଜି ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ । ଯାଜପୁର ଚଣ୍ଡିଖୋଲରେ ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ଏହି ଅବସରରେ ସେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହାପରେ ଏକ ସାଧାରଣ ସଭାରେ ଯୋଗଦେଇ ରାଜ୍ୟ ବାସୀଙ୍କୁ ଦେବେ ଉଦବୋଧନ ।ତେବେ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଭୁବନେଶ୍ବର ଏୟାରପୋର୍ଟରୁ ଗଭର୍ଣ୍ଣର ହାଉସ ପର୍ୟ୍ୟନ୍ତ ମୁତୟନ ହେବେ ୧୫ ପ୍ଲାଟୁନ ଫୋର୍ସ । ଡିସିପି ଓ ୫ ଅତିରିକ୍ତ ଡିସିପି ସୁରକ୍ଷା ଦାୟିତ୍ଵରେ ନିୟୋଜିତ ହେବେ । ୧୦ ଜଣ ଏସିପି ୧୯ ଇନ୍ସପେକ୍ଟର ୬୯ ଜଣ ଏସଆଇ ଓ ଏଏସଆଇ ସୁରକ୍ଷା ଦାୟିତ୍ଵରେ ରହିବେ । ସେହିଭଳି ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ୫୬ କନଷ୍ଟେବଲ ଓ ୧୧ ଜଣ ହାବିଲଦାର ରହିବେ । ୫୦ ଜଣ ବନ୍ଧୁକ ଧାରୀ ପୋଲିସ ଏୟାରପୋର୍ଟ ବାହାରେ ସୁରକ୍ଷା ଦାୟିତ୍ଵରେ ରହିବେ । ସେହିପରି ସଭାସ୍ଥଳ ଓ ହେଲିପ୍ୟାଡ଼ ସ୍ଥାନରେ କଡ଼ା ସୁରକ୍ଷା ବ୍ୟବସ୍ଥା ଅବଲମ୍ବନ କରାଯାଇଛିା ।