ଗାଡକଣା ଯାଇ କ୍ଷୀରିଖାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

0

ଭୁବନେଶ୍ୱର: ଦିନିକିଆ ଓଡିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମୋଦୀଙ୍କ ଜନ୍ମ ଦିନ ଅବସରରେ ଜନତା ମଇଦାନରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବା ସହ ‘ ସୁଭଦ୍ରା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଥିଲେ । ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ୱାଗତ ଜଣାଇଛନ୍ତି । ସେଠାରେ ଆବାସ ହିତାଧିକାରୀଙ୍କୁ ଗୃହ ପ୍ରବେଶ କରାଇବା ପରେ ତାଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉପସ୍ଥିତ ରହିଛନ୍ତି । ଜଣେ ହିତାଧିକାରୀଙ୍କ ଘରେ କ୍ଷୀରି ଖାଇଲେ ପ୍ରଧାନମନ୍ତ୍ରୀ। ଆବାସ ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକଙ୍କ ଘରେ କ୍ଷୀରି ଖାଇଛନ୍ତି ।