ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ ଶ୍ରୀମନ୍ଦିର ଛାଡ଼ି ଭକ୍ତଙ୍କୁ ଦର୍ଶନଦେବା ନିମନ୍ତେ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ। ଭାଇଭଉଣୀଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ନବଦିନାତ୍ମକ ଯାତ୍ରା କରିବେ। ଜାତି, ଧର୍ମ, ବର୍ଣ୍ଣ, ନିର୍ବିିିଶେଷରେ ରଥାରୂଢ଼ ଦାରୁଦିଅଁଙ୍କ ଦର୍ଶନ କରି କୃତାର୍ଥ ହେବେ ଭକ୍ତ। ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ସାମିଲ ହେବା ନିମନ୍ତେ ଭକ୍ତଙ୍କ ସୁଅ ଶ୍ରୀକ୍ଷେତ୍ରକୁ ଛୁଟିଛି। ରଥଯାତ୍ରାରେ ସାମିଲ ହେବା ନିମନ୍ତେ ସମସ୍ତ ଭକ୍ତଙ୍କ ମନରେ ଉତ୍ସାହ ଓ ଉଲ୍ଲାସ ଭରି ରହିଛି। ତେବେ ରଥଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି।
