ପୁରୀ-: ଆଜି ଜ୍ୟେଷ୍ଠ ଶୁକ୍ଳ ଚତୁର୍ଦ୍ଦଶୀ ତିଥିରେ ମହାପ୍ରଭୁଙ୍କ ସେନାପଟା ନୀତି ଲାଗି ହେବ । ଏଥିପାଇଁ ସୋମବାର ରାତ୍ର ଆଳତି ପହୁଡ଼ ଠାରୁ ଆଜି ଅପରାହ୍ନ ୨ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିରରେ ସେନାପଟା ଶେଷ ହେବା ପରେ ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ପରାମ୍ପରା ଅନୁଯାୟୀ କେବଳ ଦଇତାପତି ସେବାୟତମାନେ ଏହି ନୀତିକାନ୍ତି କରିଥାନ୍ତି । ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା ପହଣ୍ଡି ପୂର୍ବରୁ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ସେନାପଟା ଲାଗି କରାଇଥାନ୍ତି। ଆସନ୍ତକାଲି ସ୍ନାନ ପୂର୍ଣ୍ଣିମା ଥିବାରୁ ଏହାକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।