(ରାଇରଙ୍ଗପୁର : ସତ୍ୟନାରାୟଣ ପଲ୍ );-ଜିଲ୍ଲାପାଳ ଶୁଣୁଛନ୍ତି ଅଭିଯୋଗ । ଅଭିଯୋଗ ନେଇ ଗୁହାରି କରୁଛନ୍ତି ଜନତା । ଆଜି ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇଣଙ୍ଗପୁର ଠାରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନ ଶୁଣାଣୀ ଅଭିଯୋଗ ଶିବିର ଅନୁଷ୍ଠିତ ହୋଇଯାଇଛି ।ବାମନଘାଟୀ ଉପଜିଲ୍ଲାପାଳ ଶ୍ରୀ ସରୋଜ କୁମାର ଦାଶଙ୍କ ତତ୍ତ୍ୱାବଧାନରେ ଜିଲ୍ଲାପାଳ ଶ୍ରୀ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ଶିବିରରେ ଅତିରିକ୍ତ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଉମା ଶଙ୍କର ମହାରଣା, ରାଇରଙ୍ଗପୁର ଉପଖଣ୍ଡ ଆରକ୍ଷୀ ଅଧିକାରୀ ଶ୍ରୀ ଗୋକୂଳାନନ୍ଦ ସାହୁ, ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟର ଅଧିକ୍ଷକ ଶ୍ରୀ ରବୀନ୍ଦ୍ର କୁମାର ମାରାଣ୍ଡି ପ୍ରମୁଖ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ସମସ୍ତ ଅଧିକାରୀ ମାନଙ୍କୁ ସ୍ୱାଗତ କରିବା ସହ ଜନସାଧାରଣଙ୍କ ଠାରୁ ଆସୁଥିବା ଆପତ୍ତି ଅଭିଯୋଗ ଗୁଡିକର ସମାଧାନ ତ୍ୱରିତ ପ୍ରକ୍ରିୟାରେ ସମ୍ପନ୍ନ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଆଜିର ଏହି ଶିବିରରେ ଜନସାଧାରଣଙ୍କ ଠାରୁ ମୋଟ ୧୯ଟି ଅଭିଯୋଗ ପତ୍ର ଗ୍ରହଣ ହୋଇଥିବା ବେଳେ ୧୫ଟି ବ୍ୟକ୍ତିଗତ ସମସ୍ୟା ଭିତ୍ତିକ ଏବଂ ୦୪ଟି ଗ୍ରାମବାସୀଙ୍କ ଗୋଷ୍ଠି ସମସ୍ୟା ଭିତ୍ତିକ ସାମୁହିକ ଅଭିଯୋଗ ଥିଲା । ଆପତ୍ତି ଅଭିଯୋଗ ଗୁଡିକର ବିଷୟ ପ୍ରସଙ୍ଗ ଉପରେ ସବିଶେଷ ତଦନ୍ତ କରି ଅନୁଧ୍ୟାନ ପୂର୍ବକ ବିହିତ କାର୍ଯ୍ୟାନୁଷ୍ଠାନ ନେବା ସହ ତ୍ୱରିତ ପ୍ରକ୍ରିୟାରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପଖଣ୍ଡ ଅଧିନସ୍ଥ ସମସ୍ତ ଉପଖଣ୍ଡ ସ୍ତରୀୟ ବିଭାଗୀୟ ଅଧିକାରୀ,ରାଇରଙ୍ଗପୁର ପୌରପାଳିକାର କାର୍ଯ୍ୟନିର୍ବାହୀ ଅଧିକାରୀ,ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, ଗୋଷ୍ଠୀ ଶିକ୍ଷା ଅଧିକାରୀ,ବିଭିନ୍ନ ଲାଇନ୍ ବିଭାଗର ଅଧିକାରୀ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିôବା ବେଳେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ପରିଚାଳନା କରାଯାଇଥିଲା ।