ଭୁବନେଶ୍ବର : ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଶପଥ ନେଇଛନ୍ତି ରଘୁବର ଦାସ । ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ରଘୁବର ଦାସଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ହାଇକୋର୍ଟର ମୁଖ୍ୟ ବିଚାରପତି ବିଦ୍ୟୁତରଞ୍ଜନ ଷଡଙ୍ଗୀ।
ରାଜଭବନ ଅଭିଷେକ ହଲରେ ସକାଳ ୧୧ଟା ୪୫ମିନିଟରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଶପଥପାଠ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ସହ ମନ୍ତ୍ରୀଗଣ ଉପସ୍ଥିତ ଥିଲେ।