ରାହୁଲ ଗାନ୍ଧୀଙ୍କ ସଦସ୍ୟ ପଦ ରଦ୍ଦ ପ୍ରସଙ୍ଗ, ଗୃହରେ ହୋହାଲ୍ଲା

ଭୁବନେଶ୍ୱର: କଳା ଡ୍ରେସ ପିନ୍ଧି ବିଧାନସଭା ଆସିଲେ କଂଗ୍ରେସ ବିଧାୟକମାନେ । ରାହୁଲ ଗାନ୍ଧୀଙ୍କ ସଦ୍ୟସତା ରଦ୍ଦ ପ୍ରସଙ୍ଗରେ ବିଧାନସଭା ଗୃହକୁ କଳା ପୋଷାକ ପିନ୍ଧି ଆସି ପ୍ରତିବାଦ ଜଣାଇଲେ କଂଗ୍ରେସ ବିଧାୟକ । ବାଚସ୍ପତିଙ୍କ ପୋଡିୟମ ତଳେ କଂଗ୍ରେସ ବିଧାୟକ ଏକଜୁଟ୍ ହୋଇ ପ୍ରତିବାଦ କରିବା ସହ ମୋଦୀ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ କଂଗ୍ରେସ ବିଧାୟକ । ଫଳରେ ଗୃହ କାର୍ୟ୍ୟ ବାଧାପ୍ରାପ୍ତ ହୋଇଥିଲା । ଗୃହ କାର୍ୟ୍ୟରେ ସହଯୋଗ କରିବାକୁ ବାଚସ୍ପତି କହିଥିଲେ ମଧ୍ୟ ଏହାକୁ ଶୁଣିନଥିଲେ କଂଗ୍ରେସ ବିଧାୟକ । ଲଗାତାର ନାରାବାଜି କରିଥିଲେ କଂଗ୍ରେସ ବିଧାୟକ । ଫଳରେ ଗୋଟିଏ ମିନିଟ୍ ଯାଏଁ ମଧ୍ୟ ଗୃହ ସ୍ୱାଭାବିକ ଭାବେ ଚାଲି ପାରିନଥିଲା ।ଗୃହ ଚଳାଇବା ସମ୍ଭବପର ନହେବାରୁ ବାଚସ୍ପତି ବିକ୍ରମ କେଶରୀ ଆରୁଖ ଗୃହକୁ ଅପରାହ୍ନ ୪ ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ।