ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର । ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘରେ ଚଢ଼ାଉ ଚାଲିଛି ।

ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଚଲାଇଛି। ଭୁବନେଶ୍ୱର, ସୋନପୁର, ବଲାଙ୍ଗୀର ଘର ସମେତ ଅଫିସରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୧୦ ଡିଏସ୍ପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି।