ପୁଣି ବର୍ଷିବ ବର୍ଷା

( ଭୁବନେଶ୍ୱର) : ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୁର୍ବାନୁମାନ କରାଯାଇଛି ।

ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଅନୁଗୋଳ, ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ସୋନପୁର ଓ ବୌଦ୍ଧ ଜିଲାରେ ଝଡ଼ତୋଫାନ ସହ ବର୍ଷା ହେବାର ଆଶଙ୍କା କରାଯାଉଛି । ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାୟଗଡ ଜିଲ୍ଲା କାଶିପୁରରେ ସର୍ବାଧିକ ୮ ସେମି ବର୍ଷା ରେକର୍ଡ କରାଯାଇଛି ।