(ଅନୁସ୍ୱୟା)ଭୁବନେଶ୍ୱର: ସାରା ରାଜ୍ୟରେ ଲଘୁଚାପ ପ୍ରଭାବରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ଘଣ୍ଟା ଏହାର ପ୍ରଭାବ ରହିବା ସହ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମ ଓଡ଼ିଶାର କଳାହାଣ୍ଡି, ବରଗଡ଼ ଓ ବଲାଙ୍ଗିର ଜିଲ୍ଲାରେ ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ଥିବା ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୋଳ, ଢେଙ୍କାନାଳ, ଝାସୁଗୁଡ଼ା, ସମ୍ୱଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ କୋରାପୁଟ, ରାୟଗଡା, ଗଜପତି ଓ ନବରଙ୍ଗପୁର ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଦିଆଯାଇଛି। ବର୍ଷା ସମୟରେ ଆସନ୍ତା ୪୮ଘଣ୍ଟା ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।