ଆସନ୍ତା ୪ଦିନ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରିରହିବ ବର୍ଷା ଓ ବଜ୍ରପାତ

0

ଭୁବନେଶ୍ୱର: ଆସନ୍ତା ୪ଦିନ ଯାଏ ରାଜ୍ୟରେ ବିଭିନ୍ନ ସ୍ଥାନରେ ଜାରିରହିବ ବର୍ଷା ଓ ବଜ୍ରପାତ । ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢ଼େ ୮ଟା ଯାଏ ୯ ଯାଏ ୱାଣ୍ଣିଂ ଜାରିରହିବ । କୋରାପୁଟ, ରାୟଗଡ଼ା , ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କେନ୍ଦୁଝର ଓ ମୟୂରଭଂଜ। ସେହିପରି ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ଯାଏ ମଧ୍ୟ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସେପଟେ ଆଗାମୀ କିଛି ଦିନ ଯାଏ ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ହେବନାହିଁ। ତେବେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ତାପମାତ୍ରା ୪୨ରୁ ୪୩ ଡ଼ିଗ୍ରୀ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।