ଆସନ୍ତା ୨୪ ଘଣ୍ଟାରେ ୧୩ ଜିଲ୍ଲାକୁ ଘଡଘଡି ସହ ବର୍ଷା ସମ୍ଭାବନା

0

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ପାଇଁ ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସହ ଘଡଘଡ଼ି ସମ୍ଭାବନା ରହିଛି । ଏ ନେଇ ଉକ୍ତ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।  ମୟୁରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହଣ୍ଡି, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନାଗିରି ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।  ସେଥିପାଇଁ ଏହି ସବୁ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।