ଭୁବନେଶ୍ବର ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଆଣିଲା ପ୍ରଚଣ୍ଡ ତାତିରୁ ଆଶ୍ୱସ୍ତି । ଭୁବନେଶ୍ବର ସହିତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପବନରେ ଭିଜିଛି ଭୁବନେଶ୍ବର । ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ଦ୍ବାରା କେତେକ ସ୍ଥାନରେ ଗଛ ମଧ୍ୟ ଭାଙ୍ଗିପଡ଼ିଛି । ଭୁବନେଶ୍ବର ସମେତ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି ।ଢେଙ୍କାନାଳ, କଟକ, ଖୋର୍ଦ୍ଧା ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ । ଭୁବନେଶ୍ବର ଏବଂ ଏହାର ଆଖପାଖ ଅଞ୍ଚଳରେ ୨୪ ହଜାର ୭୭୬ ଥର ବିଜୁଳି ମାରିଛି । ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପାଗ ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।