ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର :ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ କିଛି ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡିଶାର ୭ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ରାୟଗଡା, କନ୍ଧମାଳ, କଳାହାଣ୍ଡି, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ସୂଚନାନୁଯାୟୀ, ଆସନ୍ତା ୧୯ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।