ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗ୍ୟାଙ୍ଗେୟ ପଶ୍ଚିମବଙ୍ଗରୁ ଦକ୍ଷିଣ ଛତିଶଗଡ଼ ପର୍ଯ୍ୟନ୍ତ ଲମ୍ବିଥିବା ଟ୍ରଫ୍ ଲାଇନ୍ ପ୍ରଭାବରେ ଏହି ପରିସ୍ଥିତି ସୃଷ୍ଟି ହୋଇଛି। ଦକ୍ଷିଣ ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲା—କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ ବିଜୁଳି ଘଡଘଡି ସହ ବଜ୍ରପାତ ହେବା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସହିତ ୪୦ ରୁ ୫୦ କିଲୋମିଟର ବେଗରେ ଝଟକା ପବନ ବହିପାରେ।
ଆସନ୍ତାକାଲି କିଛି ସ୍ଥାନରେ ବର୍ଷା ଓ ବଜ୍ରପାତ ସମ୍ଭାବନା ଥିବା ସତ୍ତ୍ୱେ କୌଣସି ବିଶେଷ ଚେତାବନୀ ଜାରି କରାଯାଇନାହିଁ। ଏହାସହ ୨୭ ଓ ୨୮ ତାରିଖରେ ଉତ୍ତର, ଦକ୍ଷିଣ ଓ ଉପକୂଳ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ବୃଦ୍ଧି ପାଇବା ସମ୍ଭାବନା ରହିଛି। ୨୭ ତାରିଖରେ ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରେ ବଜ୍ରପାତ ସହ ୪୦–୫୦ କିମି ବେଗରେ ପବନ ବହିପାରେ। ଏହି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୨୮ ତାରିଖରେ କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱରରେ ବଜ୍ରପାତ ସହ ଝଟକା ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୯ ଓ ୩୦ ତାରିଖରେ କିଛି ଅଞ୍ଚଳରେ ପାଗ ସାଧାରଣ ରହିବା ସତ୍ତ୍ୱେ କିଛି ସ୍ଥାନରେ ବର୍ଷା ଓ ବଜ୍ରପାତ ଜାରି ରହିପାରେ ବୋଲି ପୂର୍ବାନୁମାନ ରହିଛି।