ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ବଢିପାରେ ବର୍ଷା ପରିମାଣ । ଗତକାଲି କିଛି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହୋଇଥିଲା । ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବ । ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜିଠୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ ପଶ୍ଚିମ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଯାଏଁ ଲମ୍ବିଛି ମୌସୁମୀ ନିମ୍ନ ଚାପରେଖା । ପ୍ରଭାବରେ ଆଜି ଉତ୍ତର, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ଏଥିପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୮ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଆସନ୍ତା ୨ ଦିନ ସାରା ରାଜ୍ୟରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହେବ । ମୁଖ୍ୟତଃ ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । ଉତ୍ତର ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲା ପାଇଁ ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ହେବ । କାଲିଠୁ ଅତି ପ୍ରବଳ ବର୍ଷା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେପଟେ ୧ ଜୁନରୁ ୩ ଜୁଲାଇ ମଧ୍ୟରେ ରାଜ୍ୟରେ ୧୬୮.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ବାଭାବିକ ବର୍ଷା ତୁଳନାରେ ୨୯% କମ୍ ରହିଛି । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତୋଟି ଜିଲ୍ଲା ପାଇଁ ଆଜି ହାଲୁକାରୁ ମାଧ୍ୟମ ଧରଣର ବର୍ଷା ରହିଛି ।ଜୁନ ୧ରୁ ଆଜି ପର୍ୟ୍ୟନ୍ତ ରାଜ୍ୟରେ ୧୬୮.୧ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହି ସମୟରେ ରାଜ୍ୟରେ ସ୍ୱାଭାବିକ ୨୩୮ ମିମି ବର୍ଷା ହୋଇଥାଏ। ୨୮ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।