(ରିପୋଟର୍ସ ଟୁଡେ/ଭୁବନେଶ୍ୱର): ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ।ଏ ନେଇ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରୀ ହୋଇଛି । ରାଜ୍ୟରେ କିଛି ଜିଲାରେ ଆଜି ସ୍ୱଳ୍ପ ରୁ ମଧ୍ୟମ ଧରଣର ବର୍ଷା ହେବା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏ ନେଇ ୧୯ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ସେଥିପାଇଁ ଆଜି ସକାଳ ୧୦.୩୦ ଯାଏଁ ୧୯ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଥିଲା । ଏହି ଜିଲ୍ଲା ଗୁଡ଼ିକ ହେଲା ,ଗଞ୍ଜାମ, ଝାରସୁଗୁଡ଼ା, ସମ୍ବଲପୁ. ଭଦ୍ରକ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, କନ୍ଧମାଳ, ପୁରୀ, ଜଗତସିଂହପୁର କେନ୍ଦ୍ରାପଡ଼ା, ଦେବଗଡ଼, କଟକ, ଖୋର୍ଦ୍ଧା, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼ ଓ ବୌଦ୍ଧ