ଭୁବନେଶ୍ବର: ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଦନ ଲୋଡିଂ ମାମଲାରେ ରାଜା ଚକ୍ରର ଜାମିନ ଆବେଦନ ଖାରଜ । ଆଜି ତାଙ୍କ ଜାମିନ ଆବେଦନକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି । ଏହାସହ ରାଜାର ୩ ସହଯୋଗୀଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଦେଇଛନ୍ତି ହାଇକୋର୍ଟ । ଏହି ମାମଲାରେ ୫ ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ମାନସ ବାରିକ, ଉତ୍କଳ ଦାସ, ସୁଶାନ୍ତ ସାମଲଙ୍କ ଜାମିନ ଖାରଜ କରାଯାଇଛି ।
ସୂଚନାଯୋଗ୍ୟ, ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାରେ ତଦନ୍ତ କରୁଛି କ୍ରାଇମ ବ୍ରାଞ୍ଚ । ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ରାଜା ଚକ୍ର ସମେତ ୪ ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଥିଲେ। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିଲେ । ଗନ୍ଧମାର୍ଦ୍ଦନ ଲୋଡ଼ିଂ ଏଜେନ୍ସି ଆଣ୍ଡ ଟ୍ରାନ୍ସପୋର୍ଟିଂ କୋଅପରେଟିଭ ସୋସାଇଟିର ସଦସ୍ୟ ନଥାଇ ରାଜା ଚକ୍ର ଓ ତାଙ୍କ ସହଯୋଗୀ କୋଟି କୋଟି ଟଙ୍କା ଅତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ପଚରାଉଚରା ପରେ ରାଜାଚକ୍ରଙ୍କୁ ବାନ୍ଧିଥିଲା କ୍ରାଇମବ୍ରାଞ୍ଚ ଇଓଡବ୍ଲୁ । ଅନ୍ୟପଟେ, ରାଜା ଚକ୍ରର ଫାର୍ମ ହାଉସ୍ ମଧ୍ୟ ବାଜ୍ୟାପ୍ତି ହେବ । କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଥିବା ରାଜାର ଫାର୍ମ ହାଉସ୍ ଉପରେ EOW ପକ୍ଷରୁ ଚଢ଼ାଉ କରାଯାଇଥିଲା ।