ସୁସ୍ଥ ହୋଇଛନ୍ତି ଜ୍ୱରରେ ପିଡୀତ ମହାପ୍ରଭୁ

ପୁରୀ-: ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ସୁବାସିତ ଜଳରେ ମହାପ୍ରଭୁ ଦିବ୍ୟସ୍ନାନ କରି ଜ୍ୱରରେ ପିଡୀତ ହୋଇଥିବା ବେଳେ ଏକାଦଶୀ ତିଥିରେ ମହାପ୍ରଭୁଙ୍କୁ ରକ୍ତ ବସ୍ତ୍ର ଓ ଖଳିଲାଗି ଲାଗି କରାଯାଇଥିଲା ଏବଂ ମହାପ୍ରଭୁ ଦଶମୂଳ ମୋଦକ ସେବନ କରି ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି । ତେଣୁ ଆଣସରର ଆଜି ଦ୍ୱାଦଶୀ ତିଥିରେ ଶ୍ରୀଜିଉମାନଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି । ଶ୍ରୀମନ୍ଦିରରେ ସକାଳ ଧୂପ ନୀତି ବଢ଼ିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟିବା ସହ ଶ୍ରୀମନ୍ଦିରରୁ ଶ୍ରୀନହରକୁ ରାଜପ୍ରସାଦ ବିଜେ କରାଯିବ । ମହାପ୍ରଭୁ ଏବେ ସମ୍ପୂର୍ଣ୍ଣ ଆରୋଗ୍ୟ ଲାଭ କରିଥିବା ବେଳେ ଏହି ଖବର ଗଜପତି ମହାରାଜାଙ୍କୁ ସୂଚିତ କରାଇବା ନିମନ୍ତେ ଦଇତାପତି ଓ ବିଦ୍ୟାପତି ଶ୍ରୀଜୀଉଙ୍କ ପ୍ରସାଦ ରୂପେ କରାଳ, ଚନ୍ଦନ, ପାଟବସ୍ତ୍ରକୁ ନେଇ ଶ୍ରୀମନ୍ଦିରରୁ ଶ୍ରୀନହରକୁ ବିଜେ କରିବେ । ଗଜପତି ମହାରାଜା ପ୍ରଥମ ସେବକ ହୋଇଥିବାରୁ ଏହି ପ୍ରାସାଦକୁ ଗ୍ରହଣ କରିବେ।