(ଆଦର୍ଶ ରାଉତ) ଭୁବନେଶ୍ୱର: ବିଜେପି କେନ୍ଦ୍ରୀୟ ନିର୍ବାଚନ ଅଧିକାରୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ରାଧାମୋହନ ସିଂହଙ୍କ ଅନୁମୋଦନ କ୍ରମେ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ରଞ୍ଜନ ପଟେଲଙ୍କୁ ରାଜ୍ୟ ନିର୍ବାଚନ ଅଧିକାରୀ ଓ ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟଙ୍କୁ ସହ ନିର୍ବାଚନ ଅଧିକାରୀ ଭାବେ ମନୋନିତ । ବିଜେପି ଗଣମାଧ୍ୟମ ବିଭାଗ ମୁଖ୍ୟ ଓ ରାଜ୍ୟ ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି ।