ପୁରୀ : ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଏପ୍ରିଲ ୨୯ରୁ ଜୁନ୍ ୨୭ ଯାଏଁ ରତ୍ନଭଣ୍ଡାର ମରାମତି କାମ ବନ୍ଦ ରହିବ । ଏନେଇ ଶନିବାର ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହେବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି ।
ଆଜି ପୂର୍ବାହ୍ନ ୧୧ଟା ରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏଏସଆଇ ଓ ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ମରାମତି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ମାତ୍ର ପୂର୍ଣ୍ଣାଙ୍ଗ ମରାମତି ଶେଷ ପାଇଁ ଆଉ କିଛି ଦିନ ସମୟ ଲାଗିବ । ତେବେ ଏପ୍ରିଲ ୨୯ରୁ ଜୁନ୍ ୨୭ ତାରିଖ ପର୍ଯ୍ୟନ୍ତ ଅକ୍ଷୟ ତୃତୀୟା, ସ୍ନାନ ପୂର୍ଣ୍ଣିମା ଓ ରଥଯାତ୍ରା ଆଦି ମହାପ୍ରଭୁଙ୍କର ବିଭିନ୍ନ ନୀତି ସମ୍ପନ୍ନ ହେବାକୁଥିବାରୁ ଏହି ସମୟରେ ମରାମତି କାମ ବନ୍ଦ ରହିବ । ଜୁନ୍ ୨୮ରୁ ପୁଣି ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ।